ସାନଖେମୁଣ୍ଡି,ଏଜେନ୍ସି: ତପ୍ତପାଣି ଘାଟିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ହୋଇଛି। ଭାରସାମ୍ୟ ହରାଇ ଗଛରେ କାର ପିଟି ହୋଇଛି। ଏହି ଦୁର୍ଘଟଣାରେ ୩ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି।
ସୂଚନା ଅନୁସାରେ, କିଛି ବ୍ୟକ୍ତି କାରରେ ବ୍ରହ୍ମପୁରରୁ ଉଦୟଗିରି ଯାଉଥିଲେ। ହେଲେ ପାଟପୁର ଥାନା ତପ୍ତପାଣି ଘାଟି ମୃଗ ବିହାର ନିକଟରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡିଛି। କାରଟି ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଛି। ଡ୍ରାଇଭରଙ୍କ ଆଖି ଲାଗିଯିବାରୁ ଏହି ଅଘଟଣ ଘଟିଥିବା କୁହାଯାଉଛି। ଏଥିରେ ୩ ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁୁ ଦିଗପହଣ୍ଡି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପାଟପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।