ରାଜ୍ୟରେ ୨୩୯ କରୋନାରେ ସଂକ୍ରମିତ, ୨ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୨୩୯ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୩୭ଜଣ ରହିଛନ୍ତି। ଅନ୍ୟପଟେ କ୍ୱାରେଣ୍ଟାଇନରୁ ୧୩୯ଜଣ ଓ ସ୍ଥାନୀୟ ସଂକ୍ରମଣ ୯୯ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୫ହଜାର ୯୬୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୧୨୩, ଷ୍ଟେଟପୋଲରୁ ୨୯, କଟକରୁ ୨୪, ମୟୁରଭଞ୍ଜରୁ ୧୩, ସୁନ୍ଦରଗଡ଼ରୁ ୯, ସମ୍ବଲପୁରରୁ ୬, ବାଲେଶ୍ୱର ଓ ଯାଜପୁରରୁ ୭ ଲେଖାଏଁ, କେନ୍ଦ୍ରାପଡ଼ାରୁ ୪, ପୁରୀରୁ ୩, ଭଦ୍ରକରୁ ୨, ବରଗଡ଼, ବଲାଙ୍ଗିର, ଦେଓଗଡ଼, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଥିବା ଜଣାପଡ଼ିଛି।

ସେହିପରି କରୋନା ଯୋଗୁ ୨ଜଣଙ୍କର ମୃତ୍ୟୁ ଘଟିଛି। ସେଥିମଧ୍ୟରୁ ଭୁବନେଶ୍ୱରରୁ ଜଣେ ୮୬ ଓ ଅନ୍ୟଜଣେ ୭୬ ବର୍ଷୀୟ ବୃଦ୍ଧ ରହିଛନ୍ତି। ଫଳରେ ମୋଟ ମୃତ୍ୟୁସଂଖ୍ୟା ୮,୩୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୩୫ହଜାର ୯୬୭ ହୋଇଥିବାବେଳେ ୧୦ଲକ୍ଷ ୩୫ହଜାର ୯୬୭ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୮,୩୯୧ ଜଣଙ୍କର ମୃତ୍ୟୁ ଘଟିଛି ଓ ୨,୩୮୭ଜଣ ଚିକିତ୍ସିତ ହେଉଛନ୍ତି।