କଟକ,ଏନ୍ଏନ୍ଏସ୍: ଉତ୍କଳ କେଶରୀ ହରେକୃଷ୍ଣ ମହତାବଙ୍କ ୧୨୨ ତମ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ କଟକ ପ୍ରେସ ଛକ ନିକଟରେ ଥିବା ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବା ସହ ବ୍ୟକ୍ତିତ୍ୱଙ୍କ ଗାରିମା ସମ୍ପର୍କରେ ଅଲୋଚନା କରାଯାଇଥିଲା।
ଦେଶ ସ୍ୱାଧୀନ ହେବା ପରେ ସେ ଓଡିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଭାର ସମ୍ଭାଳିଥିଲେ। ତାଙ୍କର ଦୃଢ ନେତୃତ୍ୱ ଓଡ଼ିଶା ପାଇଁ ଆଣିଥିଲା ନୂଆ ସମ୍ଭବନା। ରାଜନୀତି, ରାଷ୍ଟ୍ରନୀତି ଓ ଦୃଢ଼ ମନୋବଳର ସ୍ୱତନ୍ତ୍ର ଉଦାହରଣ ସୃଷ୍ଟି କରିଛନ୍ତି ସେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଟ୍ବିଟ ଯୋଗେ ସ୍ୱର୍ଗତ ମହତାବଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଟ୍ବିଟ କରି କହିଛନ୍ତି ଯେ, ‘ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଆଧୁନିକ ଓଡ଼ିଶାର ନିର୍ମାଣ ସହ ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସାମ୍ବାଦିକତା ଜଗତ ପ୍ରତି ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।’
ସ୍ୱର୍ଗତ ମହତାବଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ସେ ଲେଖିଛନ୍ତି କି ବିଶିଷ୍ଟ ସ୍ଵାଧୀନତା ସଂଗ୍ରାମୀ ତଥା ଓଡ଼ିଶାର ପ୍ରଥମ ମୁଖ୍ୟମନ୍ତ୍ରୀ ଉତ୍କଳ କେଶରୀ ଡଃ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି। ଆଧୁନିକ ଓଡ଼ିଶାର ନିର୍ମାଣ ସହ ଓଡ଼ିଆ ଭାଷା, ସାହିତ୍ୟର ସୁରକ୍ଷା ଏବଂ ସାମ୍ବାଦିକତା ଜଗତ ପ୍ରତି ତାଙ୍କ ଅବଦାନ ସର୍ବଦା ସ୍ମରଣୀୟ।