କନ୍ଧମାଳରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ

କନ୍ଧମାଳ: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କନ୍ଧମାଳରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହାଦ୍ୱାରା ଜିଲ୍ଲାର ୬ଲକ୍ଷ ୫୦ ହଜାର ଲୋକ ଏହି ସୁବିଧା ପାଇପାରିବେ। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ଓ ଜୈବିକ ଫସଲ ପାଇଁ କନ୍ଧମାଳ ଜିଲ୍ଲାର ଖୁବ୍ ପ୍ରଶଂସା କରିଥିଲେ। ଏଥିସହିତ ସ୍ମାର୍ଟ ହେଲଥ କାର୍ଡ ଦ୍ୱାରା ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ଓ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।