ପୁଣି ବିଫଳ ଇକମୋ ଚିକିତ୍ସା, ଆଖି ବୁଜିଲେ ବ୍ରହ୍ମପୁରର ଅମ୍ରିତ

ଭୁବନେଶ୍ବର,ଏନ୍ଏନ୍ଏସ୍: ସଫଳ ହୋଇପାରୁନି ଇକମୋ ଚିକିତ୍ସା। ଆଖି ବୁଜିଲେ ଆଉ ଜଣେ ପୀଡିତ ଅମ୍ରିତ ପ୍ରଧାନ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଅମ୍ରିତଙ୍କ ମୃତ୍ୟୁ ଘଟିଛି। କିଛି ଦିନ ତଳେ ତାଙ୍କ ଫୁସଫୁସ ପ୍ରତ୍ୟାରୋପଣ କରାଯାଇଥିଲା। ଇକମୋ ଚିକିତ୍ସାରେ ସମ୍ପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ଫୁସଫୁସ୍ ପ୍ରତ୍ୟାରୋପଣ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ।

କରୋନାରେ ଆକ୍ରାନ୍ତ ହୋଇ ଚେନ୍ନାଇରେ ଇକମୋ ଚିକିତ୍ସାଧୀନ ଥିଲେ ଅମ୍ରିତ। ବ୍ରହ୍ମପୁର ବାସୁଦେବନଗର ଅଞ୍ଚଳର ବାସିନ୍ଦା ଥିଲେ ଅମ୍ରିତ। ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ସେ ଦୀର୍ଘ ଦିନ ଧରି ଚିକିତ୍ସିତ ଥିଲେ। କିଛି ଦିନ ତଳେ ତାଙ୍କ ଫୁସଫୁସ ପ୍ରତ୍ୟାରୋପଣ କରାଯାଇଥିଲା। ଇକମୋ ଚିକିତ୍ସାରେ ସମ୍ପୂର୍ଣ୍ଣ ସୁସ୍ଥ ନହେବାରୁ ତାଙ୍କର ଫୁସଫୁସ୍ ଟ୍ରାନ୍ସପ୍ଲାଣ୍ଟ କରିବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ପରିବାର ଲୋକଙ୍କ ସ୍ୱୀକୃତି ପରେ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏପରିକି ଚିକିତ୍ସା ପାଇଁ ପରିବାର ଲୋକେ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ପକ୍ଷରୁ ଅର୍ଥ ସଂଗ୍ରହ କରିଥିଲେ।

ଏହାପରେ ଜୁନ ୩ ତାରିଖରେ ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟିଂରେ ନେଇଥିଲେ ଅମ୍ରିତ ପ୍ରଧାନ। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ଅମ୍ରିତଙ୍କୁ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଥିଲା। ସ୍ୱତନ୍ତ୍ର ବିମାନ ଯୋଗେ ୬ ଜଣିଆ ଡାକ୍ତର ଦଳ ଅମ୍ରିତଙ୍କୁ ଚେନ୍ନାଇ ନେଇଥିଲେ। ଇକମୋ ଚିକିତ୍ସାରେ ସମ୍ପୂର୍ଣ୍ଣ ସୁସ୍ଥ ନ ହେବାରୁ ତାଙ୍କର ଟ୍ରାନ୍ସପ୍ଲାଣ୍ଟ କରିବା ଲାଗି ଡାକ୍ତର ପରାମର୍ଶ ଦେଇଥିଲେ। ଚେନ୍ନାଇର ଜଣେ ଯୁବକଙ୍କ ମୃତ୍ୟୁ ପରେ ତାଙ୍କ ଫୁସଫୁସ ଅଣାଯାଇଥିଲା। ପରେ ରାତିରେ ଅପରେସନ ପାଇଁ ସମସ୍ତ ପ୍ରକ୍ରିୟା ଚୂଡ଼ାନ୍ତ କରାଯାଇଥିଲା। ଏବେ ସୁଦ୍ଧା ଅମ୍ରିତଙ୍କ ଚିକିତ୍ସାରେ ପଖାପାଖି ୩ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ ହୋଇ ସାରିଥିଲା।