ବାରିପଦା,ଏନ୍ଏନ୍ଏସ୍: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ। ବାରିପଦା ଆଇଟିଡିଏର କନିଷ୍ଠ ଯନ୍ତ୍ରୀ ସନ୍ତୋଷ ଦାସଙ୍କ ଘରେ ଭିଜିଲାନ୍ସ ରେଡ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ରେଡ କରାଯାଇଥିବା ସୂଚନା ମିଳିଛି। ଭୁବନେଶ୍ୱର ଭିଜିଲାନ୍ସ ଟିମ୍ ନେତୃତ୍ୱରେ ଏକକାଳୀନ ୧୨ଟି ସ୍ଥାନରେ ଚଢ଼ଉ କରାଯାଇଛି।
ସୂଚନା ଅନୁସାରେ, ସନ୍ତୋଷଙ୍କର ବାରିପଦା ଆଇଟିଡିଏ କାର୍ଯ୍ୟାଳୟ, ଭଞ୍ଜପୁର ସ୍ଥିତି ଘର, ବାଲିଆପଦର ଭୋଗରାଇ ସ୍ଥିତ ପୈତୃକ ଘର ସହିତ ଭୁବନେଶ୍ୱର ଓ ଉତ୍ତରା ଆଦି ସ୍ଥାନରେ ଥିବା ସମ୍ପତ୍ତି ଉପରେ ଭିଜିଲାନ୍ସ ପକ୍ଷରୁ ଚଢଉ କରାଯାଇଛି। ସେହିପରି ଦୀର୍ଘ ବର୍ଷ ଧରି ଯନ୍ତ୍ରୀ ଗୋଟିଏ କାର୍ଯ୍ୟାଳୟରେ ଚାକିରି କରୁଥିବା ବେଳେ ବହୁ ଦୁର୍ନୀତିରେ ସମ୍ପୃକ୍ତ ଥିବା ନେଇ ପୂର୍ବରୁ ଖବର ମଧ୍ୟ ପ୍ରକାଶ ହୋଇଥିଲା। ତେବେ ଠିକାଦାରଙ୍କ ଜାଲ ଦସ୍ତଖତ ନେି ଅନେକ ସମୟରେ ଟଙ୍କା ଉଠାଇ ନେଇଥିବା ଅଭିଯୋଗ ଆସିଥିଲା। ଜିଏସଟି ଠକେଇ ମାମଲାରେ ତଦନ୍ତ ଚାଲୁରହିଥିବାର ନଜିର ମଧ୍ୟ ରହିଛି।