ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୫୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଜଣ ୧୯୭ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୩୮ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୪୭ ଜଣ ରହିଛନ୍ତି। ସେହିପରି ଆଉ ୨ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱରରୁ ୧୩ ଜଣ, ବରଗଡ଼ରୁ ୩ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୨୧ ଜଣ, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ୩ ଜଣ, ଜଗତସିଂହପୁରରୁ ୬ ଜଣ, ଯାଜପୁରରୁ ୧୦ ଜଣ, ଝାରସୁଗୁଡ଼ାରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେନ୍ଦୁଝରରୁ ୩ ଜଣ, ଖୋର୍ଦ୍ଧାରୁ ୧୪୧ ଜଣ, ମୟୂରଭଞ୍ଜରୁ ୧୨ ଜଣ, ନୟାଗଡ଼ରୁ ୨ ଜଣ, ପୁରୀରୁ ୬ ଜଣ, ରାୟଗଡ଼ାରୁ ଜଣେ, ସମ୍ବଲପୁରରୁ ୫୧ ଜଣ, ସୋନପୁରରୁ ଜଣେ, ସୁନ୍ଦରଗଡ଼ରୁ ୮ ଜଣ ଏବଂ ଷ୍ଟେଟ ପୁଲ୍ରୁ ୩୪ ଜଣ ରହିଛନ୍ତି। ଅନ୍ୟପଟେ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ ରହିଛନ୍ତି।
ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୦୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ ୨୪୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୭୧୫୨ ଜଣ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୧ ବୃଦ୍ଧି ପାଇଛି।