Notice: Function _load_textdomain_just_in_time was called incorrectly. Translation loading for the really-simple-ssl domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131

Notice: Function _load_textdomain_just_in_time was called incorrectly. Translation loading for the publisher domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /home/muhapqmy/public_html/wp-includes/functions.php on line 6131
୩୦ ତାରିଖ ସୁଦ୍ଧା କେନ୍ଦ୍ର ସରକାର ଗ୍ୟାସ୍ ଦର ନ କମାଇଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ: ବିଜେଡି – Nitidin
Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

Deprecated: Function WP_Dependencies->add_data() was called with an argument that is deprecated since version 6.9.0! IE conditional comments are ignored by all supported browsers. in /home/muhapqmy/public_html/wp-includes/functions.php on line 6131

୩୦ ତାରିଖ ସୁଦ୍ଧା କେନ୍ଦ୍ର ସରକାର ଗ୍ୟାସ୍ ଦର ନ କମାଇଲେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ: ବିଜେଡି

ଭୁବନେଶ୍ୱର,ଏନ୍ଏନ୍ଏସ୍: ରନ୍ଧନ ଗ୍ୟାସର ଦରବୃଦ୍ଧିର ପ୍ରତିବାଦ କରି ବିଜୁ ଜନତା ଦଳ ପକ୍ଷରୁ ଗତ ୨୨, ୨୩ ଓ ୨୪ ତାରିଖରେ ଯେଉଁ ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦିଆ ଯାଇଥିଲା, ତାହାକୁ ରାଜ୍ୟବାସୀ ବିପୁଳ ସମର୍ଥନ କରିଛନ୍ତି। ପ୍ରଥମେ ସେଥିପାଇଁ ଦଳ ତରଫରୁ ରାଜ୍ୟବାସୀଙ୍କୁ ଗଭୀର କୃତଜ୍ଞତା ଜଣାଇଛି ବିଜେଡି। ଏହି ଅବସରରେ ବିଜେଡି କହିଛି କି, ବିଶ୍ବର କୌଣସି ଦେଶରେ କେବେବି ରନ୍ଧନ ଗ୍ୟାସ୍‌ ଦର ଏତେ ଦ୍ରୁତ ଗତିରେ ଏତେ ବେଶି ବଢ଼ି ନାହିଁ। ୨୦୧୪ରେ ଯେତେବେଳେ ଏହି ବିଜେପି ସରକାର କେନ୍ଦ୍ରରେ କ୍ଷମତାକୁ ଆସିଲେ ଗ୍ୟାସର ସିଲିଣ୍ଡରର ଦର ଥିଲା ୪୧୪ ଟଙ୍କା। ଗତ ୭ ବର୍ଷ ଭିତରେ ଦର ଦୁଇଗୁଣରୁ ଅଧିକ ବଢ଼ି ୯୩୦ ଟଙ୍କା ଛୁଇଁଲାଣି। କରୋନା ଭଳି ସଂକଟ ବେଳେ ପ୍ରତି ମାସରେ ୨୫/୫୦/୭୫ ଟଙ୍କା ପର୍ଯ୍ୟନ୍ତ ଗ୍ୟାସ ପିଛା ଦର ବଢ଼ାଯାଇ ସାଧାରଣ ଲୋକଙ୍କ ହାଣ୍ଡିଶାଳ ଉପରେ ମାଡ଼ କରାଯାଉଛି।

ରନ୍ଧନ ଗ୍ୟାସର ଏଭଳି ଅହେତୁକ ଦରବୃଦ୍ଧି କରି କେନ୍ଦ୍ର ସରକାର ଗରିବ ଓ ମଧ୍ୟବିତ୍ତଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗି ଦେଇ ସାରିଲେଣି। ଲୋକେ ତ୍ରାହି ତ୍ରାହି ଡାକିଲେଣି। ଆଉ ଏହାର ପ୍ରତିବାଦରେ ବିଜୁ ଜନତା ଦଳର ଡାକରାରେ ରାସ୍ତାକୁ ଓହ୍ଲାଇଲେଣି। ମାତ୍ର କେନ୍ଦ୍ର ସରକାରଙ୍କ ନିଦ ଭାଙ୍ଗୁ ନାହିଁ। ଓଲଟି ବିଜେପିର ରାଜ୍ୟ ନେତୃବୃନ୍ଦ ସରକାରକୁ ବଂଚାଇବା ଲାଗି ମିଛର ସାହାରା ନେଉଛନ୍ତି ଏବଂ ହାସ୍ୟାସ୍ପଦ ଯୁକ୍ତି ବାଢ଼ୁଛନ୍ତି। ଲୋକଙ୍କୁ ଭୁଆଁ ବୁଲାଇବାକୁ ଯାଇ କହୁଛନ୍ତି, ଅନ୍ତର୍ଜାତୀୟ ବଜାରରେ ନେଚୁରାଲ ଗ୍ୟାସ୍‌ ଓ ଅଶୋଧିତ ତୈଳର ମୂଲ୍ୟ ବୃଦ୍ଧି ଯୋଗୁଁ ଦେଶରେ ରନ୍ଧନ ଗ୍ୟାସ୍‌ ଦର ବଢ଼ୁଛି। ମାତ୍ର ବାସ୍ତବତା ହେଲା; ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ନେଚୁରାଲ ଗ୍ୟାସ‌ର ଦର ୬ ଡଲାର/ ବିଟିୟୁ (ବ୍ରିଟିଶ୍‌ ଥର୍ମାଲ ୟୁନିଟ୍‌) ଥିଲାବେଳେ ଏବେ ତାହା ୫.୮ ଡଲାରକୁ କମିଯାଇଛି। ଠିକ୍‌ ସେମିତି ୨୦୧୪ରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳର ମୂଲ୍ୟ ବ୍ୟାରେଲ୍‌ ପିଛା ୮୬ ଡଲାର ଥିଲାବେଳେ ଏବେ ଏହା ୭୮ ଡଲାର ରହିଛି। ଉଭୟ ନେଚୁରାଲ ଗ୍ୟାସ୍‌ ଓ ଅଶୋଧିତ ତୈଳର ଦର ଯଥାକ୍ରମେ ୧୫ ଓ ୧୦ ପ୍ରତିଶତ କମିଥିଲାବେଳେ ରନ୍ଧନ ଗ୍ୟାସ୍‌ ଦର ୧୨୩ % ବଢ଼ିବାର ଯଥାର୍ଥତା କେଉଁଠି?

ଅନୁରୂପ ଭାବେ ଉଜ୍ଜ୍ବଳା ଯୋଜନା ସଂପର୍କରେ ମଧ୍ୟ କେନ୍ଦ୍ର ସରକାର ଲୋକଙ୍କୁ ମିଛ ସଫଳତାର କାହାଣୀ ଶୁଣାଇ ଚାଲିଛନ୍ତି। ଏହି ଯୋଜନାକୁ ବହୁ ଆଡ଼ମ୍ବରରେ ଆରମ୍ଭ କଲାବେଳେ ସରକାର କେତେ ସ୍ବପ୍ନ ଦେଖାଇଥିଲେ। ଗରିବ ଓ ଅବହେଳିତ ବର୍ଗର ମହିଳାଙ୍କୁ ଆଉ ଚୁଲିମୁଣ୍ଡକୁ ଯାଇ ଧୂଆଁରେ ରୋଷେଇ କରିବାକୁ ପଡ଼ିବ ନାହିଁ ବୋଲି କହିଥଲେ। ମାତ୍ର ଗ୍ୟାସର ଦରବୃଦ୍ଧି ଯୋଗୁଁ ଉଜ୍ଜ୍ବଳା ଯୋଜନାର ଅଧିକାଂଶ ହିତାଧିକାରୀ ମହିଳାମାନେ ସିଲିଣ୍ଡରରେ ଗ୍ୟାସ୍‌ ପୂରାଇ ନ ପାରି ପୁଣି ଚୁଲିମୁଣ୍ଡକୁ ଫେରି ଯାଇଛନ୍ତି। ଏ ସବୁ ପ୍ରତିଶ୍ରୁତି ଯେ ଫମ୍ପା ଥିଲା, ତାହା ସେମାନେ ବୁଝି ସାରିଲେଣି। ତେଣୁ ଦଳମତ ନିର୍ବିଶେଷରେ ମହିଳାମାନେ ବି ହଜାର ହଜାର ସଂଖ୍ୟାରେ ରାସ୍ତାକୁ ଓହ୍ଲାଇଛନ୍ତି। ଆଗାମୀ ଦିନରେ ମହିଳାମାନେ ଏହାର ଉଚିତ ଜବାବ ଦେବେ।

ବିଜୁ ଜନତା ଦଳ ସବୁବେଳେ ରାଜ୍ୟର ସାଢ଼େ ଚାରି କୋଟି ଓଡ଼ିଆଙ୍କ ସ୍ବାର୍ଥରକ୍ଷା ପାଇଁ କାମ କରି ଆସୁଛି। ଏହି ପରିପ୍ରେକ୍ଷୀରେ ଗ୍ୟାସ‌ର ଦରବୃଦ୍ଧି ପ୍ରତିବାଦରେ ଦଳ ପକ୍ଷରୁ ରାଜ୍ୟବ୍ୟାପୀ ବ୍ୟାପକ ଆନ୍ଦୋଳନର ଡାକରା ଦିଆଯାଇଥିଲା। ଏଥି ସହିତ କେନ୍ଦ୍ର ସରକାରକୁ ପୁଣିଥରେ ଚେତାବନୀ ଦେଉଛୁ କି ଯଦି ସରକାର ଆଗାମୀ ୩୦ ତାରିଖ ଭିତରେ ଗ୍ୟାସ୍‌ ଦର କମାଇବାକୁ ପଦକ୍ଷେପ ନ ନିଅନ୍ତି, ତେବେ ବିଜୁ ଜନତା ଦଳ ପକ୍ଷରୁ ସାରା ରାଜ୍ୟରେ ଆନ୍ଦୋଳନକୁ ଆହୁରି ଜୋରଦାର କରାଯିବ।