ନୂଆଦିଲ୍ଲୀ: ଋଷ ରାଷ୍ଟ୍ରପତି ବ୍ଲାଦମିର ପୁତିନ ଭାରତ-ଋଷ ମଧ୍ୟରେ ହେବାକୁ ଥିବା ୨୧ତମ ଶିଖର ସମ୍ମିଳନୀରେ ଯୋଗଦେବା ଲାଗି ଡିସେମ୍ବର ୬ରେ ଭାରତ ଆସିବେ। ଏହି ଅବସରରେ ପୁତିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିବେ। କରୋନା କାଳରେ ଉଭୟ ନେତାଙ୍କ ମଧ୍ୟରେ ଏହା ହେଉଛି ପ୍ରଥମ ସାକ୍ଷାତ। ଏନେଇ ବିଦେଶ ମନ୍ତ୍ରଣାଳୟ ପ୍ରବକ୍ତା ଅରିନ୍ଦମ ବାଗଚୀ ସୂଚନା ଦେଇଛନ୍ତି।