ରାଜ୍ୟରେ ୨୪ ଘଣ୍ଟାରେ ୨୬୪ ନୂଆ ସଂକ୍ରମିତ ଚିହ୍ନଟ, ୩ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ସଂକ୍ରମଣ ମାମଲା ଧୀରେ ଧୀରେ ହ୍ରାସ ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୨ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ଲୋକାଲ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ୍ ବୟସର ୩୩ ଜଣ ରହିଛନ୍ତି। ସେହିପରି କରୋନାରେ ଆଉ ଜଣଙ୍କ ମୃତ୍ୟୁ ହୋଇଛି।

ନୂତନ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳରୁ ୨, ବାଲେଶ୍ୱରରୁ ୧୦, ଭଦ୍ରକରୁ ୨, ବଲାଙ୍ଗିରରୁ ୧, ବୋଦ୍ଧରୁ ୨, କଟକରୁ ୧୩, ଗଞ୍ଜାମରୁ ୧, ଜଗତସିଂହପୁରରୁ ୨, ଯାଜପୁରରୁ ୭, ଝାରସୁଗୁଡାରୁ ୪, କେନ୍ଦ୍ରାପଡାରୁ ୨, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୮୭, କୋରାପୁଟରୁ ୧, ମୟୂରଭଞ୍ଜରୁ ୪, ନୟାଗଡରୁ ୧, ନୂଆପଡାରୁ ୧, ପୁରୀରୁ ୪, ସମ୍ବଲପୁରରୁ ୯, ସୋନପୁରରୁ ୩, ସୁନ୍ଦରଗଡରୁ ୧୩ ଓ ଷ୍ଟେଟ ପୁଲରୁ ୨୧ ଜଣ ରହିଛନ୍ତି। ସେହିପରି ମୃତକ ଜଣକ ବରଗଡ ଜିଲ୍ଲାର ବୋଲି ଜଣାପଡିଛି।

ଏଥିସହିତ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୮ ହଜାର ୬୮୩ରେ ପହଞ୍ଚିଛି। ସେଥିରୁ ୧୦ ଲକ୍ଷ ୩୭ ହଜାର ୮୬୪ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨୩୫୯ ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି। ସେହିପରି ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୮୪୦୭କୁ ବୃଦ୍ଧି ପାଇଛି।