ଭୁବନେଶ୍ୱର,ଏନ୍ଏନ୍ଏସ୍: ନୂଆ ଭାରିଆଣ୍ଟ ଓମିକ୍ରମକୁ ନେଇ ଏୟାରପୋର୍ଟ ଉପରେ ନଜର। ବିଦେଶୀ ଯାତ୍ରୀଙ୍କ ପାଇଁ ଇଣ୍ଟରନ୍ୟାସନାଲ କ୍ବାରେଣ୍ଟାଇନ୍ କଣ୍ଟ୍ରୋଲ ବ୍ୟବସ୍ଥା ସହ ସମସ୍ତ ଯାତ୍ରୀଙ୍କୁ କ୍ବାରେଣ୍ଟାଇନ୍ ବାଧ୍ୟତାମୂଳକ କରାଯାଇଥିବା ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ଚିନ୍ତା ବଢାଉଛି ନୂଆ ଭାରିଆଣ୍ଟ। ଦକ୍ଷିଣ ଆଫ୍ରିକାରେ ଓମିକ୍ରନ ଚିହ୍ନଟ ହେବା ପରେ ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଗାଇଡଲାଇନ୍ ଜାରି କଲେ ରାଜ୍ୟ ସରକାର। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶରେ ଜାରି ହୋଇଥିବା ଗାଇଡଲାଇନ୍ ଅନୁସାରେ ରାଜ୍ୟ ସରକାର କଠୋର ହୋଇଛନ୍ତି। ବିଦେଶରୁ ଆସୁଥିବା ଯାତ୍ରୀଙ୍କ ପାଇଁ ଚିନ୍ତା ବଢିବା ଆଶଙ୍କାକୁ ଦୃଷ୍ଟିରେ ରଖି ଯାତ୍ରୀଙ୍କ ପାଇଁ ଇଣ୍ଟରନ୍ୟାସନାଲ କ୍ବାରେଣ୍ଟାଇନ୍ କଣ୍ଟ୍ରୋଲ ବ୍ୟବସ୍ଥା କରାଯାଇଛି। ଏଥିସହ ବିମାନବନ୍ଦର ଉପରେ ମଧ୍ୟ କଡା ନଜର ରଖାଯାଇଛି।
ବିଦେଶରୁ ଆସୁଥିବା ଯାତ୍ରୀଙ୍କୁ ସର୍ଭିଲାନ୍ସ କରାଯାଉଛି। ସବୁ ଯାତ୍ରୀଙ୍କ କ୍ବାରେଣ୍ଟାଇନ୍ ବାଧ୍ୟତାମୂଳକ ସହ ବାହାରୁ ଆସିଲେ ଟେଷ୍ଟିଂ ଏବଂ ଜିନମ ସିକ୍ବେନ୍ସ କରାଯିବ। ଏଥିସହ ସମସ୍ତଙ୍କୁ ଭ୍ୟାକ୍ସିନ୍ ନେବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ନିର୍ଦ୍ଦେଶକ।