ଲୋକସଭା ପରେ ରାଜ୍ୟସଭାରେ ପାରିତ ହେଲା କୃଷି ବିଲ୍

ନୂଆଦିଲ୍ଲୀ: ଲୋକସଭା ପରେ ରାଜ୍ୟସଭାରେ ୩ କୃଷି ଆଇନ ପ୍ରତ୍ୟାହାର ବିଲ୍ ପାରିତ ହୋଇଯାଇଛି। ରାଜ୍ୟସଭାରେ ବିରୋଧୀଙ୍କ ହଟ୍ଟୋଗଳ ମଧ୍ୟରେ କୃଷିମନ୍ତ୍ରୀ ନରେନ୍ଦ୍ର ସିଂ ତୋମାର ବିଲ୍ ପାରିତ କରିଥିବା ସୂଚନା ମିଳିଛି।