ବାତ୍ୟା ଲାଗି ସତର୍କ କଲେ ଏସଆରସି

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆସନ୍ତା ୪ ତାରିଖରେ ହେବାକୁ ଥିବା ବାତ୍ୟାକୁ ଦୃଷ୍ଟିରେ ରଖି ଏସଆରସି ପ୍ରଦୀପ ଜେନା ଜିଲ୍ଲାପାଳଙ୍କୁ ସତର୍କ କରିଛନ୍ତି। ପରିସ୍ଥିତି ଉପରେ କଡ଼ା ନଜର ରଖିବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାକୁ ମୁକାବିଲା ପାଇଁ ପ୍ରସ୍ତୁତ ରହିବାକୁ ମଧ୍ୟ କହିଛନ୍ତି। ଦିନରାତି କଣ୍ଟ୍ରୋଲ ରୁମ ଚାଲୁ କରିବାକୁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, ୩ରୁ ୫ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ୩ ତାରିଖରେ ପୁରୀ, ଜଗତସିଂହପୁର, ଗଞ୍ଜାମ ଓ ଗଜପତି ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୪ ତାରିଖରେ ୧୧ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୫ ତାରିଖରେ ମଧ୍ୟ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀଙ୍କୁ ସମୁଦ୍ର କୂଳକୁ ନ ଯିବା ଲାଗି ମଧ୍ୟ ପରାମର୍ଶ ଦିଆଯାଇଛି।