ଭୁବନେଶ୍ୱର,ଏନ୍ଏନ୍ଏସ୍: ଜୁନିୟର ବିଶ୍ୱକପ୍ ହକିରେ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ କଳିଙ୍ଗ ଷ୍ଟାଡିୟମର ମିଡିଆ ସେଣ୍ଟର ବ୍ୟବହାର କରିଥିଲେ। ଗତକାଲି ଆରଟିପିସିଆର ଟେଷ୍ଟ ବେଳେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଆକ୍ରାନ୍ତ ଜଣକ କ୍ରୀଡ଼ା ଓ ଯୁବ ବ୍ୟାପାର ବିଭାଗର ସୋସିଆଲ ମିଡିଆ ଟିମ୍ ସଦସ୍ୟ ହୋଇଥିବା ନେଇ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଜଣେ ପଜିଟିଭ ଚିହ୍ନଟ ହେବା ଯୋଗୁ ଏବେ ମିଡିଆ ସେଣ୍ଟରକୁ ଆସୁଥିବା ସମସ୍ତଙ୍କୁ ଆରଟିପିସିଆର ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ମିଡିଆ ସେଣ୍ଟରରେ ଅନ୍ୟମାନେ ସମ୍ପୃକ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରି କଣ୍ଟାକ୍ଟ ଟ୍ରେସିଂ ମଧ୍ୟ କରାଯାଉଛି।
ସୂଚନାଯୋଗ୍ୟ, ନଭେମ୍ବର ୨୫ରୁ ଆରମ୍ଭ ହୋଇଥିବା ଜୁନିୟର ବିଶ୍ୱକପ୍ ହକି ଆସନ୍ତାକାଲି ଶେଷ ହେବ।