ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଧୀରେ ଧୀରେ କରୋନା ସଂକ୍ରମଣ ମାମଲା ହ୍ରାସ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୩ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୬ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି। ସେହିପରି ୧୮ ବର୍ଷରୁ କମ ବୟସର ରହିଛନ୍ତି ୨୫ ଜଣ। ଅନ୍ୟପଟେ ରାଜ୍ୟରେ କରୋନାରେ ଆଉ ୨ ଜଣ ପ୍ରାଣ ହରାଇଛନ୍ତି।
ବର୍ତ୍ତମାନ ରାଜ୍ୟରେ ମୋଟ ୧୦ ଲକ୍ଷ ୫୦ ହଜାର ୨୪୯ରେ ପହଞ୍ଚିଛି। ସେଥିରୁ ୨୩୧୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦ ଲକ୍ଷ ୩୯ ହଜାର ୪୬୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୨୨କୁ ବୃଦ୍ଧି ପାଇଛି।