ନାଗାଲାଣ୍ଡ,ଏନ୍ଏନ୍ଏସ୍: ନାଗାଲାଣ୍ଡରେ ସୁରକ୍ଷାକର୍ମୀଙ୍କ ଗୁଳିରେ ନିହତ ହୋଇଥିବା ନାଗରିକଙ୍କ ସଂଖ୍ୟା ୧୩କୁ ବୃଦ୍ଧି ହୋଇଛି। ମିଆଁମାର ସୀମାନ୍ତ ମନ୍ ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଗୁଳିମାଡରେ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। କୋଇଲା ବୋଝେଇ ଟ୍ରକ୍ରେ ଫେରୁଥିବା ବେଳେ ଆତଙ୍କବାଦୀ ଥିବା ସୂଚନା ପାଇ ଅପରେସନ୍ ଆରମ୍ଭ କରିଥିବା ବେଳେ ସୁରକ୍ଷାକର୍ମୀ ଗୁଳିମାଡ଼ କରିଥିଲେ।
ଫଳରେ ଖଣିରେ କାର୍ଯ୍ୟ କରୁଥିବା ଶ୍ରମିକଙ୍କ ମଧ୍ୟରୁ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାକୁ ନେଇ ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଘଟଣାକୁ ନେଇ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ପ୍ରାଣ ହରାଇଛନ୍ତି ସେମାନଙ୍କ ପରିବାର ପ୍ରତି ମୁଁ ଗଭୀର ସମବେଦନା ଜଣାଇଛନ୍ତି।
ରାଜ୍ୟ ସରକାରଙ୍କ ଦ୍ୱାରା ଗଠିତ ଏକ ଉଚ୍ଚ ସ୍ତରୀୟ ଏସଅ।ଇଟି ଏହି ଘଟଣାର ପୁଙ୍ଖାନୁପୁଙ୍ଖ ଅନୁସନ୍ଧାନ କରିବ ଏବଂ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନ୍ୟାୟ ପ୍ରଦାନ କରିବ ବୋଲି ଏକ ଟ୍ୱିଟ୍ କରି କହିଛନ୍ତି।