କଟକରେ ମୁଖ୍ୟମନ୍ତ୍ରୀ: ବାଣ୍ଟିଲେ ବିଜୁ ସ୍ମାର୍ଟ ହେଲଥ କାର୍ଡ, ୧୫୬୭ କୋଟିର ଭେଟି ଦେଲେ

କଟକ,ଏନ୍ଏନ୍ଏସ୍: କଟକ ଜିଲ୍ଲାରେ ଆରମ୍ଭ ହେଲା ସ୍ମାର୍ଟ ସ୍ବାସ୍ଥ୍ୟ ସେବାର ସ୍ମାର୍ଟ ସେବା। ଯୋଜନାର ଶୁଭାରମ୍ଭ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସକାଳ ୧୧ଟାରେ କଟକରେ ପହଞ୍ଚି ଯୋଗ୍ୟ ହିତାଧିକାରୀଙ୍କୁ ସ୍ମାର୍ଟ କାର୍ଡ ବଣ୍ଟନ କରିଛନ୍ତି। କାର୍ଡ ଗରିବଙ୍କ ଦୁଃଖ ଦୂର କରିବ। ଏହି କାର୍ଡ ଜରିଆରେ ୯୬ ଲକ୍ଷ ପରିବାର ଉପକୃତ ହେବେ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ସଚେତନତା ରଥର ଶୁଭାରମ୍ଭ ହୋଇଛି। କଟକବାସୀଙ୍କୁ ୧୫୬୭ କୋଟିର ଶତାଧିକ ପ୍ରକଳ୍ପ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ।