କେନ୍ଦ୍ରାପଡା/ଯାଜପୁର,ଏନ୍ଏନ୍ଏସ୍: ସ୍ମାର୍ଟ ସ୍ବାସ୍ଥ୍ୟସେବାରେ ସାମିଲ ହେଉଛି ଓଡିଶା। ସ୍ମାର୍ଟ କାର୍ଡ ସ୍ମାର୍ଟ ସହାୟତା ଲକ୍ଷ୍ୟ ନେଇ ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେବାକୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ଜାରି ରହିଛି ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ। ଗତକାଲି ଜଗତସିଂହପୁର ଓ ନୟାଗଡ ଜିଲ୍ଲାରେ ଏହି କାର୍ଯ୍ୟକ୍ରମ ଶେଷ ହୋଇଥିବାବେଳେ ଆଜି (ବୁଧବାର) ଯାଜପୁର ଓ କେନ୍ଦ୍ରାପଡା ଜିଲ୍ଲାରେ ସ୍ମାର୍ଟ ହେଲଥ କାର୍ଡ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏନେଇ ସ୍ବାସ୍ଥ୍ୟ ପରିବାର କଲ୍ୟାଣ ପକ୍ଷରୁ ସୂଚନା ମିଳିଛି।