ଦିନକରେ ୧୪୬ କରୋନା ପଜିଟିଭ ଚିହ୍ନଟ, ଜଣେ ମୃତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୧୪୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଶୂନରୁ ୧୮ ବର୍ଷ ମଧ୍ୟରେ ୨୫ଜଣ ରହିଛନ୍ତି। ସେହିପରି କ୍ୱାରେଣ୍ଟାଇନରୁ ୮୬ଜଣ ଓ ସ୍ଥାନୀୟ ସଂକ୍ରମଣ ୬୦ଜଣ ରହିଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୩ହଜାର ୧୬୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ ୭୨, ଷ୍ଟେଟପୋଲରୁ ୧୬, କଟକରୁ ୧୪, ସୁନ୍ଦରଗଡ଼ରୁ ୯, ସମ୍ବଲପୁରରୁ ୭, ପୁରୀ ଓ ବାଲେଶ୍ୱରରୁ ୪ ଲେଖାଏଁ, ଦେଓଗଡ଼, ଯାଜପୁର, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ୩ ଲେଖାଏଁ, ଭଦ୍ରକ ଓ ଗଞ୍ଜାମରୁ ୨ ଲେଖାଏଁ, ବରଗଡ଼, ବଲାଙ୍ଗିର, ଢେଙ୍କାନାଳ ଓ ମୟୁରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି।

ଅନ୍ୟପଟେ କରୋନା ଯୋଗୁ ଜଣଙ୍କର ମୃତ୍ୟୁ ଘଟିଛି। ସମ୍ପୃକ୍ତ ମୃତକ ଜଣଙ୍କ ଖୋର୍ଦ୍ଧାର ଜଣେ ୭୧ ବର୍ଷୀୟ ବୃଦ୍ଧା ହୋଇଥିବା ଜଣାପଡ଼ିଛି। ଫଳରେ ମୋଟ ମୃତ୍ୟୁ ସଂଖ୍ୟା ୮,୪୪୬କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୫୩ହଜାର ୧୬୬ ହୋଇଥିବାବେଳେ ୧୦ଲକ୍ଷ ୪୨ହଜାର ୮୭୫ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପଟେ ୨,୨୯୪ଜଣଙ୍କର ମୃତ୍ୟୁ ଘଟିଛି ଓ ୧୭୯୨ଜଣ ଚିକିତ୍ସିତ ହେଉଛନ୍ତି।