ଭୁବନେଶ୍ୱର,ଏନଏନ୍ଏସ୍: ଓଡ଼ିଶାରେ ଗତକାଲି ୨ଟି ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଭଳି ସ୍ଥିତିରେ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକ ପରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ଦେଇଛନ୍ତି।
ନିରଞ୍ଜନ ମିଶ୍ର କହିଛନ୍ତି ଯେ, ବର୍ତ୍ତମାନ ସ୍ଥିତିକୁ ଦୃଷ୍ଟିରେ ରଖି ୫ଟି ପ୍ରସଙ୍ଗ ଉପରେ ଗୁରୁତ୍ୱ ଦେବାକୁ ସରକାର ନିଷ୍ପତ୍ତି ନେଇଛନ୍ତି। ଜୋରଦାର ସର୍ଭେଲାନ୍ସ ଓ ଟିକାକରଣ ବ୍ୟାପକ କରାଯିବ। ଜିନମ ସିକ୍ୟୁଏନ୍ସିଂ ସଂଖ୍ୟା ବୃଦ୍ଧି କରାଯିବ। ନୂଆ ବର୍ଷ ଆସୁଥିବାରୁ ଭିଡ଼ ନିୟନ୍ତ୍ରଣ ଉପରେ ଗୁରୁତ୍ୱାରୋପ କରାଯିବ। ସ୍କୁଲ କିମ୍ବା କଲେଜରେ ପଜିଟିଭ ଚିହ୍ନଟ ହେଲେ ଆଇସୋଲେସନ ବ୍ୟବସ୍ଥା କରାଯିବ। ଆବଶ୍ୟକ ହେଲେ ଗାଇଡଲାଇନ ଆସିବ।