ପୁଣି ଜଣେ ଓମିକ୍ରୋନ୍ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ ପୁଣି ଜଣେ ଓମିକ୍ରୋନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ୟୁଏଇରୁ ଫେରିବା ପରେ ତାଙ୍କର କରୋନା ରିପୋର୍ଟ ପଜିଟିଭ ଆସିଥିଲା। ପରେ ନମୁନା ଜିନମ ସିକ୍ୱେନ୍ସିଂ ପାଇଁ ପଠାଯାଇଥିଲା ଯାହାର ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ସ୍ୱାସ୍ଥ୍ୟବସ୍ଥା ଭଲ ଥିବାବେଳେ ସ୍ୱଳ୍ପ ଲକ୍ଷଣ ଦେଖିବାକୁ ମିଳିଛି। ଏଥିସହିତ ସେ ଏବେ ଏକ ଘରୋଇ ହସ୍ପିଟାଲରେ ଆଇସୋଲେସନରେ ଅଛନ୍ତି। ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ତାଙ୍କ ବାପା ମା’ଙ୍କ କରୋନା ରିପୋର୍ଟ ନେଗେଟିଭ ଆସିଥିଲେ ହେଁ ତାଙ୍କ ଉପରେ ନଜର ରଖାଯାଇଛି।

ସୂଚନାଯୋଗ୍ୟ, ଆଜିର ଜଣକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରୋନ୍ ଆକ୍ରାନ୍ତଙ୍କ ସଂଖ୍ୟା ୯କୁ ବୃଦ୍ଧି ପାଇଛି।