ଶିକ୍ଷକଙ୍କ ପାଇଁ ଲାଗୁ ହେବ ସପ୍ତମ ବେତନ କମିଶନ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଶିକ୍ଷକଙ୍କ ପାଇଁ ସପ୍ତମ ବେତନ କମିଶନ ଲାଗୁ ହେବ। ଏନେଇ ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏନେଇ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି। ସପ୍ତମ ବେତନ କମିଶନ ଲାଗୁ ହେବା ପରେ ଏଡେଡ ବେସରକାରୀ, ହାଇସ୍କୁଲ, ଉଚ୍ଚ ପ୍ରାଥମିକ ସ୍କୁଲ ଓ ମାଦ୍ରାସ ଶିକ୍ଷକ ଲାଭାନ୍ୱିତ ହେବେ। ଏଡେଡ ବେସରକାରୀ କଲେଜ ଶିକ୍ଷକ ମଧ୍ୟ ପାଇବେ। ଉଭୟ ଶିକ୍ଷକ ଓ ଅଣଶିକ୍ଷକ କର୍ମଚାରୀ ନୂତନ ବେତନ ପାଇବେ। ନୂତନ ବର୍ଦ୍ଧିତ ଦରମା ୨୦୨୨ ଜାନୁଆରୀ ୧ରୁ ଲାଗୁ ହେବ। ୨୬ ହଜାର ସ୍କୁଲ ଶିକ୍ଷକ ଓ ୧୬ହଜାର ୬୬୪ କଲେଜ ଶିକ୍ଷକ ଉପକୃତ ହେବେ। ଏଥିପାଇଁ ରାଜ୍ୟ ସରକାରଙ୍କୁ ୧୨୬ କୋଟି ଅତିରିକ୍ତ ବ୍ୟୟ କରିବାକୁ ପଡ଼ିବ ବୋଲି ସୂଚନା ମିଳିଛି।