ନୂଆଦିଲ୍ଲୀ,ଏଜେନ୍ସି: ଆଜି କେନ୍ଦ୍ର ଶିକ୍ଷା ଏବଂ ଦକ୍ଷତା ବିକାଶ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୧୦୦ ଦିବସୀୟ ପଠନ ଅଭିଯାନ ‘ପଢ଼େ ଭାରତ’ର ଶୁଭାରମ୍ଭ କରିବେ। ଏହି ଅଭିଯାନ ଆଜିଠାରୁ ଆରମ୍ଭ ହୋଇ ୧୦ ଏପ୍ରିଲ୍ ପର୍ଯ୍ୟନ୍ତ ଆୟୋଜନ କରାଯିବ।
୧୦୦ ଦିନ ଧରି ଚାଲିବାକୁ ଥିବା ଏହି ଅଭିଯାନ ୧୪ ସପ୍ତାହ ଧରି ଚାଲିବ। ଛାତ୍ରଛାତ୍ରୀ, ଶିକ୍ଷକ, ଅଭିଭାବକ, ଶୈକ୍ଷିକ ପ୍ରଶାସକଙ୍କ ସମେତ ରାଷ୍ଟ୍ରୀୟ ଏବଂ ରାଜ୍ୟସ୍ତରରେ ସମସ୍ତ ହିତାଧିକାରୀଙ୍କ ଭାଗିଦାରୀତା ହାସଲ କରିବା ପଠନ ଅଭିଯାନର ଉଦ୍ଦେଶ୍ୟ।
ବାଳବାଟିକା ଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଏହି ଅଭିଯାନର ଅଂଶ ହେବେ। ୧୦୦ ଦିବସୀୟ ପଠନ ଅଭିଯାନ ଛାତ୍ରଛାତ୍ରୀଙ୍କ ଶିକ୍ଷଣ ସ୍ତରରେ ଉନ୍ନତି ନିମନ୍ତେ ଏକ ମହତ୍ୱପୂର୍ଣ୍ଣ ପଦକ୍ଷେପ ଅଟେ। ଛାତ୍ରଛାତ୍ରୀଙ୍କୁ ସେମାନଙ୍କ ପରିବେଶ ଏବଂ ବାସ୍ତବିକ ଜୀବନର ସ୍ଥିତି ସହିତ ଯୋଡିବାରେ ସହାୟକ ହେବ।