ଭୁବନେଶ୍ୱର,ଏନ୍ଏନ୍ଏସ୍: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସଚିବଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଜାନୁଆରୀ ୮ ତାରିଖ ପରେ ମାଟ୍ରିକ ପିଲା ନେବେ କରୋନା ଟିକା।
ଜାନୁଆରୀ ୩ ତାରିଖ ଅର୍ଥାତ ଆସନ୍ତାକାଲି ଠାରୁ ସାରା ଦେଶରେ ୧୫ରୁ ୧୮ ବର୍ଷୀୟ ପିଲାଙ୍କ ଟିକାକରଣ ଆରମ୍ଭ ହେଉଛି। ଏହାସହିତ ଓଡିଶାର ମାଟ୍ରିକ ପିଲା ୮ ତାରିଖ ଠାରୁ ଟିକା ନେବେ ବୋଲି ନିଷ୍ପତ୍ତି ନିଆଯାଇଛି।
ସେପଟେ ଆସନ୍ତା ୫ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମାଟ୍ରିକ ସମ୍ମେଟିଭ୍ ପରୀକ୍ଷା ହେବାର ଅଛି। ତେଣୁ ଏହାକୁ ଦୃଷ୍ଟିରେ ରଖି ୮ ତାରିଖ ପରେ ମାଟ୍ରିକ ପିଲାଙ୍କ ଟିକାକରଣ କରିବାକୁ ନିଷ୍ପତ୍ତି ନିଆଯାଇଛି।
ସେହିପରି ଗତକାଲି ଠାରୁ କିଶୋରଙ୍କୁ ଟିକାକରଣ ପାଇଁ ସ୍ଲଟ୍ ବୁକିଂ ଆରମ୍ଭ ହୋଇଛି। ୧୫ରୁ ୧୮ ବର୍ଷ ବୟସ୍କ ସ୍ଲଟ୍ ବୁକିଂ କରି ନିର୍ଦ୍ଧାରିତ କେନ୍ଦ୍ରରେ ଟିକା ନେଇପାରିବେ। କୋୱିନ୍ ପୋର୍ଟାଲରେ ରେଜିଷ୍ଟ୍ରେସନ କରିପାରିବେ।