ଭବାନୀପାଟଣା,ଏନ୍ଏନ୍ଏସ୍: ଆଜି ସ୍ଥାନୀୟ କେସିଙ୍ଗା ବ୍ଲକ୍ ସ୍ଥିତ ବିଡିଓଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଡ. ଗାଭାଲି ପରାଗ ହର୍ଷଦ୍ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜିଙ୍କ ଯୁଗ୍ମ ଅଧକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ପିଡିଡିଆର୍ଡିଏ, କଳାହାଣ୍ଡି ସୋମେଶ ଉପାଧ୍ୟାୟ, ଉପ ଜିଲ୍ଲାପାଳ ଭବାନୀପାଟଣା ଡ. ବିଶ୍ୱଜିତ୍ ଦାସଙ୍କ ସମେତ ବ୍ଲକ୍ ଅଧ୍ୟକ୍ଷ ଚନ୍ଦନ ସେନାପତି, ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଓ କେସିଙ୍ଗା ବ୍ଲକସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ।
