ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,ଏନ୍‌ଏନ୍‌ଏସ୍‌: ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ଦାନା ବାନ୍ଧୁଛି । ଏନେଇ ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଏହି ଲଘୁଚାପ କାଲି ଅବପାତର ରୂପ ନେବ । ଅବପାତର ରୂପ ନେଇ ଉତ୍ତର-ପଶ୍ଚିମ-ଉତ୍ତର ଦିଗକୁ ଗତି କରିବ । କାଳକ୍ରମେ ଅବପାତଟି ଏକ ବାତ୍ୟାର ରୂପ ନେବ । ବାତ୍ୟାର ରୂପ ନେଇ ୮ ତାରିଖ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଉତ୍ତର ତାମିଲନାଡ଼ୁ ଓ ଦକ୍ଷିଣ ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁପାରେ । ତେବେ ଏହାର ପ୍ରଭାବ ଓଡ଼ିଶା ଉପରେ କ’ଣ ରହିବ ସ୍ପଷ୍ଟ ହୋଇନି ।