ବାରିପଦା, ଏନ୍ଏନ୍ଏସ୍: ବାରିପଦା ଝାରପୋଖରୀଆ ଅଞ୍ଚଳରେ ଆଜି ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୫ ଜଣ ଆହତ ହୋଇଛନ୍ତି। ଏକ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେବାପାଇଁ ଯାଉଥିବାବେଳେ ନିକଟସ୍ଥ ମୁରୁଣିଆ ଛକରେ ଏହି ଦୁର୍ଘଟଣା ଘଟିଛି। ଟ୍ରାକ୍ଟରଟିନ ଭାରସାମ୍ୟ ହରାଇ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।