ଫୁଲବାଣୀ, ଏନ୍ଏନ୍ଏସ୍: ଖୋର୍ଦ୍ଧା ଜିଲ୍ଲା ୧୬ନମ୍ବର ଜାତୀୟ ରାଜପଥ ଗୋଳବାଇ ଛକ ନିକଟରେ ଏକ ହାଇଓ୍ୱା ଧକ୍କାରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି। ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍ଭିନ୍ ଜାରି ରଖିଛି ।
ସୂଚନା ଅନୁଯାୟୀ, ଜଙ୍କିଆରୁ ଖୋର୍ଦ୍ଧା ଅଭିମୁଖେ ଏକ ବାଇକ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ହାଇଓ୍ୱା ଗୋଳବାଇ ଛକରେ ଧକ୍କା ଦେଇଥିଲା । ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଯାଇଛି ।