ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଜଣେ ଗୁରୁତର

ମୁନିଗୁଡ଼ା/ଚନ୍ଦ୍ରପୁର: ରାୟଗଡ଼ା ଜିଲ୍ଲା ମୁନିଗୁଡା ଥାନା କୁସୁମଗୁଡି ରାସ୍ତାରେ ଦୁଇ ବାଇକ୍ ମଧ୍ୟରେ ଆଜି ମୁହାଁମୁହିଁ ଧକ୍କା ହେବାରୁ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଜଣେ ଗୁରୁତର ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାମ ଅନନ୍ତରାମ ନାଗ (୬୨) ବୋଲି ଜଣାପଡ଼ିଛି। ଆହତ ବ୍ୟକ୍ତିଙ୍କ ନାମ ବିଜୟ ବେନିଆଁ(୨୦)। ବିଜୟଙ୍କୁ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ମୁନିଗୁଡା ପୁଲିସ ଖବରପାଇ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ଆସି ତଦନ୍ତ ଚଳାଇଛନ୍ତି। ଅନନ୍ତରାମଙ୍କ ଶବ ବ୍ୟବଚ୍ଛେଦ ପରେ ପରିବାରଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ଆଆଇସି ସୁଜ୍ଞାନୀ ସାହୁ ସୂଚନା ଦେଇଛନ୍ତି।