ପାଟଣା,ଏନ୍ଏନ୍ଏସ୍ : ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ ଜଣେ ମୃତ ଦୁଇ ଗୁରୁତର । ଏଭଳି ଦୁଃଖଦ ଘଟଣା ଘଯଇଚି, କେନ୍ଦୁଝର ଜିଲ୍ଲା ୨୨୦ ନମ୍ବର ଜାତୀୟ ରାଜପଥ କାଶିଆ ଜଙ୍ଗଲ ନିକଟରେ ।
ସୂଚନା ଅନୁଯାୟୀ, ସୋମବାର ସନ୍ଧ୍ୟାରେ ଏକ ବାଇକ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଏକ ଗଛରେ ପିଟି ହେବା ଫଳରେ ବାଇକରେ ଯାଉଥିବା ୩ ଜଣଙ୍କ ମଧ୍ୟରୁ ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଛି । ପାଟଣା ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ସମସ୍ତଙ୍କୁ ଉଦ୍ଧାର କରିଥିଲେ । ଅନ୍ୟ ଦୁଇ ଜଣ ଗୁରୁତର ଆହତ ହୋଇ ପାଟଣା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି । ତେବେ ମୃତକ ଓ ଗୁରୁତରଙ୍କ ପରିଚୟ ମିଳିପାରି ନାହିଁ । ପାଟଣା ପୋଲିସ ଦୁର୍ଘଟଣା ଗ୍ରସ୍ତ ଗାଡିକୁ ଜବତ କରି ତଦନ୍ତ ଚଳାଇଛି ।