ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ: ଖାଦ୍ୟ ସୁରକ୍ଷା ଯୋଜନାରେ ରାଜ୍ୟ ହିତାଧିକାରୀଙ୍କୁ ମିଳିବ ଆଉ ୩ ମାସ ପାଇଁ ଅତିରିକ୍ତ ଚାଉଳ

ଭୁବନେଶ୍ବର,ଏନ୍ଏନ୍ଏସ୍: ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀ ମାନଙ୍କୁ ଆଉ ୩ ମାସ ପାଇଁ ଅତିରିକ୍ତ ୫ କେଜି ଚାଉଳ ଯୋଗାଇ ଦେବା ପାଇଁଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ। ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ୩ ମାସ ପାଇଁ ହିତାଧିକାରୀ ମାନେ ଏନ୍‌ଏଫ୍‌ଏସ୍‌ଏ ହିତାଧିକାରୀମାନଙ୍କ ପରି ମୁଣ୍ଡପିଚ୍ଛା ମାସକୁ ୫ କେଜି ଲେଖାଏଁ ଅତିରିକ୍ତ ଚାଉଳ ମାଗଣାରେ ପାଇପାରିବେ। ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩ ହଜାର ୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇଦେବେ।