କରୋନା ପଜିଟିଭ ଚିହ୍ନଟ ହେଲେ ଆଦିତ୍ୟ ଠାକରେ

ମୁମ୍ବାଇ,ଏଜେନ୍ସି: ମହାରାଷ୍ଟ୍ରରେ ଦିନକୁ ଦିନ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢିବାରେ ଲାଗିଛି। ଏହା ଭିତରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ ପୁଅ ତଥା ମହାରାଷ୍ଟ୍ରର ମନ୍ତ୍ରୀ ଆଦିତ୍ୟ ଠାକରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କରୋନା ପରୀକ୍ଷା ପରେ ସେ ପଜିଟିଭ ଥିବା ନିଜେ ଟ୍ୱିଟ ଯୋଗେ ସୂଚନା ଦେଇଛନ୍ତି। ଏହା ସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରିବା ପାଇଁ ସେ ଅନୁରୋଧ କରିଛନ୍ତି। କୋଭିଡ଼ ନିୟମକୁ ମାନିବା ପାଇଁ ପରାମର୍ଶ ଦେଇଛନ୍ତି।

ଦେଶରେ ଏବେ କରୋନାର ଦ୍ୱିତୀୟ ଲହର ଦେଖିବାକୁ ମିଳିଛି। ବିଶେଷ ଭାବେ ମହାରାଷ୍ଟ୍ରରେ ଅଧିକ ସଂଖ୍ୟକ ଏହି ରୋଗରେ ଆକ୍ରାନ୍ତ ହେଉଛନ୍ତି।