ରାଜ୍ୟରେ ଆଉ ୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,ଏନ୍ଏନ୍ଏସ୍: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭ ଶହ ପାର କରିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୭ ଜଣ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ହୋଇଛି। ଫଳରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭୦୪କୁ ବୃଦ୍ଧି ହୋଇଛି।

ଏହି ୧୭ କରୋନା ମୃତକଙ୍କ ଭିତରେ ସୁନ୍ଦରଗଡ଼ରୁ ସର୍ବାଧିକ ୫ ଜଣ ରହିଛନ୍ତି। ସେହିପରି ପୁରୀରୁ ୪ ଜଣ, ଖୋର୍ଦ୍ଧାରୁ ୩ ଜଣ, ଅନୁଗୁଳରୁ ୨ ଜଣ ଏବଂ ଢ଼େଙ୍କାନାଳ, କଳାହାଣ୍ଡି ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଆକ୍ରାନ୍ତ ରହିଛନ୍ତି।