ଭୁବନେଶ୍ବର,ଏନ୍ଏନ୍ଏସ୍: ଆଜି ଓଡ଼ିଶାରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରି ଏହି ସୂଚନା ଦିଆଯାଇଛି। ସେମାନେ ଢ଼େଙ୍କାନାଳ ଓ ଭୁବନେଶ୍ୱରର ବୋଲି ଜଣାପଡିଛି।
ସେପଟେ ପ୍ରଥମ ଥର ପାଇଁ ଢ଼େଙ୍କାନାଳରେ ଜଣେ ଜଣେ ୫୧ ବର୍ଷୀୟ ମହିଳା କରୋନା ଭୂତାଣୁରେ ସଂକ୍ରମିତ ହୋଇଛନ୍ତି । ଏଥିସହ ପଶ୍ଚିମବଙ୍ଗର ମେଦିନିପୁରରୁ ଆସି ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣେ ୬୯ ବର୍ଷିୟ ବ୍ୟକ୍ତିଙ୍କ ରିପୋର୍ଟ କରୋନା ପଜିଟିଭ ଆସିଛି। ଏଥିସହ ବର୍ତ୍ତମାନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ରେ ପହଞ୍ଚିଛି।