ଭୁବନେଶ୍ୱର,ଏନ୍ଏନ୍ଏସ୍: ଯାଜପୁରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ୧୪୯କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତ ଜଣକ ଯାଜପୁରର ବୋଲି ଜଣାପଡ଼ିଛି। ଆକ୍ରାନ୍ତ ଜଣକ ମହିଳା ଓ ତାଙ୍କର ବୟସ ୩୫ବର୍ଷ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଉଲ୍ଲେଖଯୋଗ୍ୟ ଯେ ରାଜ୍ୟରେ ବର୍ତ୍ତମାନ ୧୪୯ଜଣ କରୋନା ଆକ୍ରାନ୍ତ ଥିବା ବେଳେ ସେମାନଙ୍କ ମଧ୍ୟରୁ ୫୫ଜଣ ସୁସ୍ଥ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯୩କୁ ବୃଦ୍ଧି ପାଇଛି।