ବାୟୁସେନା ହେଲିକପ୍ଟର କ୍ରାସ୍‌ ଘଟଣା: ଓଡିଆ ଯବାନ ରାଣାପ୍ରତାପ ଦାସଙ୍କ ମୃତ୍ୟୁ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବାୟୁସେନା ହେଲିକପ୍ଟର କ୍ରାସ୍ ଘଟଣା। ମୃତ ୧୩ ଜଣଙ୍କ ମଧ୍ୟରେ ରହିଛନ୍ତି ଜଣେ ଓଡିଆ ଯବାନ। ମୃତ ଯବାନଙ୍କ ନାମ ରାଣାପ୍ରତାପ ଦାସ ବୋଲି ଜଣାପଡିଛି। ତାଙ୍କ ଘର ତାଳଚେରର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁରେ ବୋଲି ସୂଚନା ରହିଛି।

ବୁଧବାର ଦିନ ମଧ୍ୟାହ୍ନ ସମୟରେ ତାମିଲନାଡୁ କୁନ୍ନୁରରେ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲେ। ଏହି ଦୁର୍ଘଟଣାରେ ସିଡିଏସ୍‌ଙ୍କ ସମେତ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା। ରାଣାପ୍ରତାପ ଦାସ ବାୟୁସେନାର ଜୁନିୟର ୱାରେଣ୍ଟ ଅଫିସର ଭାବେ କାର୍ୟ୍ୟରତ ଥିବା ସୂଚନା ମିଳିଛି । ତାଙ୍କ ବିୟୋଗରେ ପରିବାର ଓ ଗାଁରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।