ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଚିହ୍ନଟ

ମୁମ୍ବାଇ,ଏନ୍ଏନ୍ଏସ୍: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ତାଙ୍କ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପ୍ରଥମ ରିପୋର୍ଟ ନେଗେଟିଭ ଆସିଥିବା ବେଳେ ଦ୍ୱିତୀୟ ରିପୋର୍ଟରେ ପଜିଟିଭ୍‌ ଥିବା ଜଣାପଡ଼ିଛି। ତେବେ ଗତକାଲି ବଲିଉଡର ବରିଷ୍ଠ ଅଭିନେତା ଅମିତାଭ ବଚ୍ଚନ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କ ପୁଅ ଅଭିଷେକ ବଚ୍ଚନ ମଧ୍ୟ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ।

ବାପା ଓ ପୁଅ କରୋନା ପଜିଟିଭ୍‌ ଚିହ୍ନଟ ହେବା ପରେ ସେମାନଙ୍କୁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଘରର ଦୁଇ ଜଣ ପଜିଟିଭ୍‌ ଆସିବା ପରେ ଅନ୍ୟ ସଦସ୍ୟମାନଙ୍କର ମଧ୍ୟ କରୋନା ଟେଷ୍ଟ କରାଯାଇଥିଲା। ତେବେ ପ୍ରାଥମିକ ରିପୋର୍ଟ ନେଗେଟିଭ୍‌ ଆସିଥିବା ବେଳେ ଦ୍ୱିତୀୟ ରିପୋର୍ଟ ଆସିବା ପରେ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଓ ଝିଅ ଆରାଧ୍ୟା କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। ସେହିପରି ଜୟା ବଚ୍ଚନଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ ଆସିଛି।