ମିହିର ଦାସଙ୍କ ସାନ ପୁଅ ଅକ୍ଳାନ୍ତଙ୍କ ପରଲୋକ

କଟକ,ଏନ୍ଏନ୍ଏସ୍: ଓଲିଉଡ ଦିବଙ୍ଗତ ଅଭିନେତା ମିହିର ଦାସଙ୍କ ସାନ ପୁଅ ଅକ୍ଲାନ୍ତ ଦାସଙ୍କ ପରଲୋକ ହୋଇଛି । ଗତକାଲି(ମଙ୍ଗଳବାର) ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି । ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ଅକ୍ଳାନ୍ତ । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇଥିଲେ ଅକ୍ଲାନ୍ତ । ସତୀଚଉରା ଶଶ୍ମାନରେ ତାଙ୍କର ଅନ୍ତିମ ସଂସ୍କାର ଶେଷ ହୋଇଛି ।