ଝାରସୁଗୁଡାରେ ଅଲ୍‌ ଓଡିଶା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଉଦ୍‌ଯାପିତ

ଝାରସୁଗୁଡା,ଏନ୍ଏନ୍ଏସ୍: ସ୍ଥାନୀୟ ମଙ୍ଗଳବଜାର ସ୍ପୋର୍ଟସ କମ୍ପ୍ଲେକ୍ସରେ ଚାଲିଥିବା ଅଲ୍‌ ଓଡିଶା ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶାର ବିଭିନ୍ନ ଜିଲ୍ଲାର ପ୍ରତିଯୋଗୀ ମାନେ ଭାଗ ନେଇଥିଲେ।

କେବଳ ଝାରସୁଗୁଡ଼ା ଜିଲ୍ଲାରୁ ୧୭ ଜଣ ପ୍ରତିଯୋଗୀ ଭାଗ ନେଇଥିଲେ। ଉଦ୍‌ଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ ଓ ସମ୍ମାନିତ ଅତିଥି ଭାବେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିକାଶ ଦାସ ଯୋଗ ଦେଇଥିଲେ।

ଜିଲ୍ଲାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତା ଖେଳାଳିଙ୍କୁ ବେଶ ଉତ୍ସାହିତ କରିବା ସହିତ ଏକ ନୂଆ ଅଭିଜ୍ଞତା ଆଣିଦେବ ବୋଲି ଝାରସୁଗୁଡ଼ା ଜିଲ୍ଲାପାଳ କହିଛନ୍ତି।