ଜୁଲାଇ ୬ରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଆସିବେ ସବୁ କର୍ମଚାରୀ

  • ଭୁବନେଶ୍ୱର: ଜୁଲାଇ ୬ ତାରିଖଠାରୁ ସବୁ କର୍ମଚାରୀ କଲେଜ ଓ ବିଶ୍ୱବିଦ୍ୟାଳୟ ଆସିବେ ସବୁ କର୍ମଚାରୀ। ଏନେଇ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶନାମା ଜାରି କରିଛି। ମଙ୍ଗଳବାରଠାରୁ ସମସ୍ତ ଟିଚିଠ ଓ ନନଟିଚିଂ କର୍ମଚାରୀ କାମରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ମହାମାରୀ ପାଇଁ ଶିକ୍ଷାନୁଷ୍ଠାନ ବନ୍ଦ ଥିବାବେଳେ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କେବଳ ଅଫିସିଆଲ କାମ କରାଯାଉଥିଲା। ହେଲେ ଏହି ନିୟମରେ ପରିବର୍ତ୍ତନ କରାଯାଇଛି। ସମସ୍ତ କର୍ମଚାରୀ କାର୍ଯ୍ୟରେ ଯୋଗଦେବାକୁ ଉଚ୍ଚଶିକ୍ଷା ସଚିବ ଶାଶ୍ୱତ ମିଶ୍ର ବିଶ୍ୱବିଦ୍ୟାଳୟ କୁଳପତି ଓ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖି ଜଣାଇଛନ୍ତି।