ଆମ୍ବୁଲାନ୍ସ-ଗ୍ୟାସ ଟ୍ୟାଙ୍କର ମୁହାଁମୁହିଁ ଧକ୍କା; ୪ ମୃତ ୩ ଗୁରୁତର

ଭୁବନେଶ୍ୱର,ଏନ୍ଏନ୍ଏସ୍: ଅନୁଗୁଳ-ସମ୍ବଲପୁର ୫୫ ନମ୍ବର ଜାତୀୟ ରାଜପଥ ଜରପଡା ଥାନା ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆମ୍ବୁଲାନ୍ସ ଓ ଗ୍ୟାସ ଟ୍ୟାଙ୍କର ମୁହାଁମୁହିଁ ଧକ୍କା ହେବା ଫଳରେ ଘଟଣାସ୍ଥଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି।

ଆଜି ସକାଳେ ଆମ୍ବୁଲାନ୍ସଟି ସମ୍ବଲପୁରରୁ ୨ ରୋଗୀଙ୍କୁ ନେଇ କଟକ ଅଭିମୁଖେ ଯାଉଥିଲା। ଏହି ସମୟରେ ବିପରୀତ ଦିଗରୁ ଅନୁଗୁଳରୁ ସମ୍ବଲପୁର ଆଡକୁ ଯାଉଥିବା ପ୍ରୋପେନ ଗ୍ୟାସ ଟ୍ୟାଙ୍କର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ଲୋକଙ୍କ ଦ୍ୱାରା ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ସ୍ଥାନୀୟ ହସ୍ପିଟାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।