ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ପ୍ରତିଦିନ ହଜାରେ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଉ ଏହାକୁ କେନ୍ଦ୍ର କରି ଗୃହମନ୍ତ୍ରୀ ଅମିତ ଶାହ ଆସନ୍ତାକାଲି ଦିନ ୧୧ଟା ବେଳେ ଦିଲ୍ଲୀ ଉପରାଜ୍ୟପାଳ ଅନୀଲ ବେଜଲ ଓ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସହ ଏକ ଉଚ୍ଚସ୍ତରୀୟ ବୈଠକ କରିବେ। ଏସମ୍ପର୍କରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି।
