ବାତ୍ୟାକୁ ନେଇ ଆଜି ଲୋକସେବା ଭବନରେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ

ଭୁବନେଶ୍ୱର,ଏନ୍ଏନ୍ଏସ୍: ବଙ୍ଗୋପସାଗରରେ ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ଆଜି ରାଜ୍ୟ ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଆଜି ବସିବ ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକ। ଦିନ ସାଢ଼େ ୧୧ଟାରେ ଲୋକସେବା ଭବନରେ ଏହି ସମୀକ୍ଷା ବୈଠକ ବସିବ ବୋଲି ଜଣାପଡିଛି।

ଏଥିରେ ଯୋଗ ଦେବା ଲାଗି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା, ଉନ୍ନୟନ ସଚିବ, ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ, ବିଭିନ୍ନ ବିଭାଗର ପ୍ରମୁଖ ସଚିବ, ପୁଲିସ ଡିଜି, ଅଗ୍ନିଶମ ବିଭାଗର ଡିଜି, ମୁଣ୍ଡଳିରେ ଥିବା ଏନ୍‌ଡିଆର୍‌ଏଫ୍‌ କମାଣ୍ଡାଣ୍ଟ ଓ ଭୁବନେଶ୍ୱର ଆଇଏମ୍‌ଡିର ନିର୍ଦ୍ଦେଶକଙ୍କୁ ନିର୍ଦ୍ଦେଶକଙ୍କୁ ଚିଠି ପଠାଯାଇଛି। ଭିଡିଓ କନ୍‌ଫରେନ୍ସିଂ ଦ୍ୱାରା ଆୟୋଜିତ ହେବାକୁ ଥିବା ଏହି ବୈଠକରେ ଯୋଗ ଦେବାକୁ ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାପାଳଙ୍କୁ ମଧ୍ୟ ଚିଠି ଲେଖାଯାଇଛି।