ଭୁବନେଶ୍ୱର,ଏନ୍ଏନ୍ଏସ୍: ଗଞ୍ଜାମ ଜିଲ୍ଲା ବରଦା ଗାଁ ନିକଟସ୍ଥ ଋଷିକୂଲ୍ୟା ନଦୀରେ ଆନିକେଟ ନିର୍ମାଣ ହେବ । ଏହି ଆନିକେଟ ନିର୍ମାଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି । ଏଥିରେ ୧୪୯ କୋଟି ୬୦ଲକ୍ଷ ଟଙ୍କା ଖର୍ଚ୍ଚ ହେବ । ୩୬ ମାସ ମଧ୍ୟରେ ଆନିକେଟ ନିର୍ମାଣ କାର୍ଯ୍ୟ ସାରିବାକୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ଜଣାପଡ଼ିଛି ।