ସୁସ୍ଥହେଲେ ୧୪୬୦ ଜଣ, ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮୩୫୩୩କୁ ବୃଦ୍ଧି

ଭୁବନେଶ୍ୱର, ଏନ୍ଏନ୍ଏସ୍: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୪୬୦ଜଣ କରୋନା ସଂକ୍ରମିତ ସୁସ୍ଥହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୨୮୩୫୩୩କୁ ବୃଦ୍ଧି ପାଇଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୬୯ ଜଣ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡରୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୁଳରୁ ୮୪, ବଲାଙ୍ଗିରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ନୟାଗଡ ଓ ପୁରୀରୁ ୩୨ ଜଣ ଲେଖାଏଁ, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩, ଦେବଗଡରୁ ୧୧, ମାଲକାନଗିରିରୁ ୧୧, ଗଜପତିରୁ ୧୦, ରାୟଗଡାରୁ ୮ ଏବେ ଷ୍ଟରପୁଲରୁ ୩୧ ଜଣ ସୁସ୍ଥ ହୋଇଥିବା ଜଣାପଡିଛି ।