ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୨୦ ସଂକ୍ରମିତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୫୨୦ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୨୮୨୦୭୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୫ ଜଣ ସୁସ୍ଥ ହୋଇଥିବାବେଳେ ମୂୟୂରଭଞ୍ଜରୁ ୧୧୩, କଟକରୁ ୧୦୨, ଜଗତସିଂହପୁରରୁ ୯୪, ଅନୁଗୁଳରୁ ୮୯, ନୂଆପଡାରୁ ୭୦, ଝାରସୁଗୁଡାରୁ ୬୮, ସୁନ୍ଦରଗଡରୁ ୬୫, ବଲାଙ୍ଗିରରୁ ୬୩, କେନ୍ଦ୍ରାପଡାରୁ ୫୩, ବାଲେଶ୍ୱରରୁ ୫୦, ଯାଜପୁରରୁ ୪୮, ବରଗଡରୁ ୪୬, ପୁରୀରୁ ୪୫, ଗଞ୍ଜାମରୁ ୩୬, କେନ୍ଦୁଝରରୁ ୩୦, ସମ୍ବଲପୁରରୁ ୨୭, ଭଦ୍ରକରୁ ୨୬, ଢେଙ୍କାନାଳରୁ ୨୫, ସୋନପୁରରୁ ୨୫, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୪, ବୌଦ୍ଧରୁ ୧୭, ନବରଙ୍ଗପୁରରୁ ୧୬, ନୟାଗଡରୁ ୧୬, ଦେବଗଡରୁ ୧୧, ରାୟଗଡାରୁ ୧୦, କନ୍ଧମାଳରୁ ୮, ମାଲକାନଗିରିରୁ ୮, ଗଜପତିରୁ ୫,ଷ୍ଟେଟପୁଲରୁ ୨୧ ଜଣ କରୋନା ରୋଗୀ ସୁସ୍ଥ ତହୋଇଥିବା ଜଣାପଡିଛି।