ଆଜି ରାଜ୍ୟରେ ସୁସ୍ଥହେଲେ ୧୬୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,ଏନ୍ଏନ୍ଏସ୍: ଆଜି ରାଜ୍ୟରେ ୧୬୨୧ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୪୬,୯୫୩ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ଲକ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୪ଜଣ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୨୬୫, ଗଜପତିରୁ ୧୨୭, କଟକରୁ ୧୧୦, ପୁରୀରୁ ୮୫, କୋରାପୁଟରୁ ୬୯, ନୂଆପଡାରୁ ୬୮, ବାଲେଶ୍ୱରରୁ ୬୬, ନୟାଗଡରୁ ୬୨, ସୁନ୍ଦରଗଡରୁ ୪୧, କନ୍ଧମାଳରୁ ୩୫, ମାଲକାନଗିରିରୁ ୩୩, ଯାଜପୁରରୁ ୩୨, ଢେଙ୍କାନାଳରୁ ୨୫, କେନ୍ଦ୍ରାପଡାରୁ ୨୩, ଭଦ୍ରକରୁ ୨୨, ବଲାଙ୍ଗିରରୁ ୨୨, ମୟୁରଭଞ୍ଜରୁ ୨୧, ଝାରସୁଗୁଡାରୁ ୨୦, ରାୟଗଡାରୁ ୧୮, କେନ୍ଦୁଝରରୁ ୧୭, ସମ୍ବଲପୁରରୁ ୧୪, ବୌଦ୍ଧରୁ ୧୧, ନବରଙ୍ଗପୁରରୁ ୮, ଜଗତସିଂହପୁରରୁ ୩, ସୋନପୁରରୁ ୨ ଓ ଅନୁଗୁଳ ଜିଲ୍ଲାରୁ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।