ରାଜ୍ୟରେ ସୁସ୍ଥ ହେଲେ ଆଉ ୨୫୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୨୫୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୯୦୮୮ରେ ପହଞ୍ଚିଛି।

 

ଆଜି ବଲାଙ୍ଗିର ଜିଲ୍ଲାରୁ ୪୦ ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୦, ବରଗଡରୁ ୨୫, ଅନୁଗୁଳରୁ ୨୦, କଟକରୁ ୧୭, ସମ୍ବଲପୁରରୁ ୧୪, ଝାରସୁଗୁଡାରୁ ୧୨, ଖୋର୍ଦ୍ଧାରୁ ୧୦, ପୁରୀରୁ ୧୦, କେନ୍ଦ୍ରାପଡାରୁ ୯, ମୟୁରଭଞ୍ଜରୁ ୯, ବାଲେଶ୍ୱରରୁ ୮, କେନ୍ଦୁଝରରୁ ୭, ଯାଜପୁରରୁ ୬, ଭଦ୍ରକରୁ ୫, ଜଗତସିଂହପୁରରୁ ୪, ନୂଆପଡାରୁ ୪, ଦେବଗଡ଼ରୁ ୩, ଢେଙ୍କାନାଳରୁ ୨, ଗଞ୍ଜାମରୁ ୨, ସୋନପୁରରୁ ୨, କଳାହାଣ୍ଡିରୁ ୧, ନବରଙ୍ଗପୁରରୁ ୧, ନୟାଗଡରୁ ୧, ରାୟଗଡାରୁ ୧ ଏବଂ ଷ୍ଟେଟପୁଲରୁ ୩ ଜଣ ସୁସ୍ଥ ହୋଇଛନ୍ତି।