ରାଜ୍ୟରେ ଆଜି ସୁସ୍ଥହେଲେ ୩୦୯ କରୋନା ସଂକ୍ରମିତ

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଆଜି ଆଉ ୩୦୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥଙ୍କ ସଂଖ୍ୟା ୩୨୧୯୫୬ରେ ପହଞ୍ଚିଛି।

ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଅନୁଗୁଳ ଜିଲ୍ଲାରୁ ୪୪ଜଣ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡ ଜିଲ୍ଲାରୁ ୨୮, ଖୋର୍ଦ୍ଧାରୁ ୨୭, ବାଲେଶ୍ୱରରୁ ୨୬, ମୟୂରଭଞ୍ଜରୁ ୨୬, କଟକରୁ ୨୦, ପରୁୀରୁ ୧୮, ନୂଆପଡାରୁ ୧୫, ଝାରସୁଗୁଡାରୁ ୧୪, ବଲାଙ୍ଗିରରୁ ୧୨, ସମ୍ବଲପୁରରୁ ୧୦, ବରଗଡରୁ ୯, ଭଦ୍ରକରୁ ୮, ଯାଜପୁରରୁ ୭, କେନ୍ଦୁଝରରୁ ୭, କେନ୍ଦ୍ରାପଡାରୁ ୬, ନୟାଗଡରୁ ୬, ଗଞ୍ଜାମରୁ ୪, କଳାହାଣ୍ଡିରୁ ୪, ଗଜପତିରୁ ୩, ନବରଙ୍ଗପୁରରୁ ୨, ରାୟଗଡାରୁ ୨, ଢେଙ୍କାନାଳରୁ ୧, କୋରାପୁଟରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୮ ଜଣ ସୁସ୍ଥ ହୋଇଛନ୍ତି।