ସୁସ୍ଥହେଲେ ୩୧୯ କରୋନା ପଜିଟିଭ, ୩୨୪୦୬୮ରେ ପହଞ୍ଚିଲା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର, ଏନ୍ଏନ୍ଏସ୍: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୧୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୩୨୪୦୬୮ରେ ପହଞ୍ଚିଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୪୪ ଜଣ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରରୁ ୩୫ଜଣ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡରୁ ୩୫, ଅନୁଗୁଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨, ଝାରସୁଗୁଡାରୁ ୧୧, କେନ୍ଦ୍ରାପଡାରୁ ୧୧, ବଲାଙ୍ଗିରରୁ ୧୦, ଯାଜପୁରରୁ ୯, ବରଗଡରୁ ୮, ନୂଆପଡାରୁ ୬, ଜଗତସିଂହପୁରରୁ ୫, କଳାହାଣ୍ଡିରୁ ୪, କୋରାପୁଟରୁ ୪, ବୌଦ୍ଧରୁ ୩, ନବରଙ୍ଗପୁରରୁ ୩, ନୟାଗଡରୁ ୩, ଗଜପତିରୁ ୨, ଭଦ୍ରକରୁ ୧, ଦେବଗଡରୁ ୧, ପୁରୀରୁ ୧, ସୋନପୁରରୁ ୧ ଏବଂ ଷ୍ଟେଟପୁଲରୁ ୯ ଜଣ ସୁସ୍ଥ ହୋଇଛନ୍ତି।